ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଟଙ୍କା

ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ଆସିବ ସୁଭଦ୍ରା ୩ୟ କିସ୍ତି

ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ଆଉ ମାତ୍ର ଗୋଟିଏ ଦିନ ବାକି । ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ସୁଭଦ୍ରା କିସ୍ତି ଟଙ୍କା ପଠାଇବେ ରାଜ୍ୟ ସରକାର । ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କରିଡା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି ।ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅର୍ଥାତ ଅଗଷ୍ଟ ୯ ଅର୍ଥାତ ଶନିବାର ଦିନ ସୁଭଦ୍ରା ତୃତୀୟ କିସ୍ତି ଟଙ୍କା ମିଳିବ । ୧ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା ପଠାଇବେ ରାଜ୍ୟ ସରକାର । ଏ ନେଇ ସବୁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ରାଜ୍ୟର ଏକ କୋଟିରୁ ଅଧିକ ମହିଳା ଏହାର ଲାଭ ଉଠାଇବେ ।

ଯେଉଁମାନେ ଟଙ୍କା ପାଇ ପାରିନାହାନ୍ତି ସେମାନଙ୍କ ପାଇଁ ବଡ ସୂଚନା ରହିଛି । ସେମାନେ ଯୋଗ୍ୟ ହୋଇଥିଲେ ବି କାହିଁକି ଟଙ୍କା ପାଉନାହାନ୍ତି? ତେବେ ଆବେଦନ କରିବା ସମୟ କିଛି ବିଶେଷ ଦିଗ ପ୍ରତି ଧ୍ୟାନ ଦେବାର ଆବଶ୍ୟକତା ରହିଛି ।ଜନସେବା କେନ୍ଦ୍ରରେ ବି ଏ ନେଇ ପାଇପାରିବେ ତଥ୍ୟ । ବ୍ୟାଙ୍କ ଆକାଉଣ୍ଟ ଓ ଆଧାର ତଥ୍ୟ ମେଳ ଖାଉନଥିଲେ ସୁଭଦ୍ରା ଆବେଦନ ଖାରଜ ହୋଇଯିବ । ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟରେ ଭୁଲ ଆଧାର ତଥ୍ୟ ଦିଆଯାଇଥିବ ତେବେ ଆବେଦନ ରିଜେକ୍ଟ ହୋଇଯିବ । ସେହିଭଳି ଅନେକ ହିତାଧିକାରୀଙ୍କ E-KYC ହୋଇନଥିବାରୁ ସେମାନେ ବି ସୁଭଦ୍ରା ତାଲିକାରୁ ବାଦ୍ ପଡିଛନ୍ତି । ଅଯୋଗ୍ୟ ତାଲିକାରେ ସେମାନଙ୍କ ନାଁ ରହିଛି ।