୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ
ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ସର୍ବାଧିକ ବର୍ଷା ଗଞ୍ଜାମ ଜିଲ୍ଲା ଆସ୍କାରେ ୯୦ ମିଲିମିଟର ରେକର୍ଡ ହୋଇଛି। ସମୁଦ୍ର ମଧ୍ୟରେ ବର୍ତମାନ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏହା ଫଳରେ ବାଂଲାଦେଶ ସହ ପଶ୍ଚିମବଙ୍ଗ ଓ ତତ୍ସଂଲଗ୍ନ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି ।ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବାରଣ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଖୋର୍ଦ୍ଧା, ଜଗସିଂହପୁର, କଟକ ସହ ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ସେହିଭଳି ଆସନ୍ତାକାଲି ମଧ୍ୟ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଏବଂ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

Nice post! 1754807073