ଆଜି ଲଘୁଚାପ, ପ୍ରବଳ ବର୍ଷିବ

ଆଜିଠୁ ବଢିବ ବର୍ଷା ପରିମାଣ, ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ

ଆଜି ଲଘୁଚାପ, ପ୍ରବଳ ବର୍ଷିବ । ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ମ୍ୟାମାର ଉପକୂଳ ଓ ସଂଲଗ୍ନବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଲୋ ପ୍ରେସରର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି ।ଆଜିଠୁ ବଢିବ ବର୍ଷା ପରିମାଣ । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ବିଜୁଳି, ଘଡ଼ଘଡ଼ି ସମ୍ଭାବନା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବର୍ତ୍ତମାନ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ପ୍ରବାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।