ବର୍ଷା ନେଇ ୬ ଜିଲ୍ଲାକୁ ଆଲର୍ଟ ଜାରି

ଦକ୍ଷିଣ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ସମ୍ଭାବନା

ଦକ୍ଷିଣ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।୧୨ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୩ ଓ ୧୪ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Leave a Reply

Your email address will not be published. Required fields are marked *