୪ଟା ଯାଏଁ ଗୃହ ମୁଲତବୀ
ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା । ଗୃହର ମଧ୍ୟଭାଗରେ ବିଜେଡି ବିଧାୟକମାନଙ୍କ ଲଗାତାର ପ୍ରତିବାଦ ପରେ, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ତେବେ ଗତକାଲି ଅପରାହ୍ଣରେ ଗୃହକାର୍ୟ୍ୟ ସ୍ୱାଭାବିକ ହେବା ପରେ ଆଶା କରାଯାଉଥିଲା ଆଜି ପ୍ରଶ୍ନକାଳ ସ୍ୱାଭାବିକ ହେବ, ହେଲେ ସେମିତି କିଛି ବି ଦେଖିବାକୁ ମିଳିନି । ପୂର୍ବପରି ଆଜି ବି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି । ଯାହାପରେ ବାଚସ୍ପତି ଗୃହକୁ ମୁଲତବି କରିଛନ୍ତି ।
