ଆଜି ମହାମାୟାଙ୍କ ବିଜୟା ଦଶମୀ

ଆଜି ବିଜୟା ଦଶମୀ: ପାରମ୍ପରିକ ରୀତିନୀତିରେ ଚାଲିଛି ମା’ଙ୍କ ପୂଜା

ଦୁର୍ଗାପୂଜା ପାଇଁ ସବୁଠି ଆଧ୍ୟାତ୍ମିକ ପରିବେଶ । ଆଜି ମହାମାୟାଙ୍କ ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର ଜୟ ।  ଅଧର୍ମ ଉପରେ ଧର୍ମର ଜୟ ।  ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ପ୍ରକମ୍ପିତ ହେଉଛି ପରିବେଶ । ସ୍ବତନ୍ତ୍ର ରୀତିନୀତି ଅନୁସାରେ ଜଗଜ୍ଜନନୀ ମାଆ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି । ମାଆଙ୍କୁ ଦର୍ଶନ ପାଇଁ ଲାଗି ରହିଛି ଶ୍ରଦ୍ଧାଳୁଙ୍କ ଗହଳି ଚହଳି ।  ବିଭିନ୍ନ ପୂଜା ମଣ୍ଡପରେ ଆକର୍ଷଣୀୟ ତୋରଣ ଓ ସାଜସଜ୍ଜା ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରୁଛି । ଆଜି ମଣ୍ଡପ ମାନଙ୍କରେ ସିନ୍ଦୂର ଖେଳ ପରମ୍ପରା ରହିଛି ।  ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା ।  ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି ।  ମାନ୍ୟତା ରହିଛି ଆଜିର ଦିନରେ ମାଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ ।

Leave a Reply

Your email address will not be published. Required fields are marked *