ବିଜେପିରେ ମିଶିଲେ ଜୟ ଢୋଲକିଆ

ପଦ୍ମ ଧରିଲେ ଜୟ ଢୋଲକିଆ

ପଦ୍ମ ଧରିଲେ ଜୟ ଢୋଲକିଆ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଶାତାଧିକ ସମର୍ଥକଙ୍କ ସହ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଢୋଲକିଆ । ବିଜେପିର ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ଜୟ ଢୋଲକିଆ । ଏକ ମିଶ୍ରଣ ପର୍ବ ମାଧ୍ୟମରେ ଢୋଲକିଆ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ତେବେ ମିଶ୍ରଣ ପର୍ବରେ ବସନ୍ତ ପଣ୍ଡା, ସୁରେଶ ପୂଜାରୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ । ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବଡ଼ ରାଜନୈତିକ ହଲଚଲ୍ ଦେଖିବାକୁ ମିଳିଛି । ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢ଼ୋଲକିଆଙ୍କ ପୁଅ ଜୟ ଢ଼ୋଲକିଆଙ୍କ ଉପରେ ସଭିଙ୍କ ନଜର ଥିଲା ।