ଡିସେମ୍ବର ୧ ତାରିଖରୁ ସଂସଦର ଶୀତ ଅଧିବେଶନ
ଡିସେମ୍ବର ୧ ତାରିଖରୁ ସଂସଦର ଶୀତ ଅଧିବେଶନ । ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜ୍ଜୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସରକାରଙ୍କ ପ୍ରସ୍ତାବିତ ଅଧିବେଶନ ତାରିଖକୁ ଅନୁମୋଦନ କରିଛନ୍ତି। ଚଳିତ ଅଧିବେଶରେ ବହୁ ଗରୁତ୍ବପୂର୍ଣ୍ଣ ବିଲ ଆସିବ ।ବିହାର ବିଧାନସଭା ନିର୍ବାଚନ ପରେ ହେବାକୁ ଥିବା ଶୀତ ଅଧିବେଶରେ ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିଛନ୍ତି । ବିଶେଷକରି ଭୋଟ ଚୋରି, ଦରଦାମ ବୃଦ୍ଧି, ବେକାରୀ ସମସ୍ୟା ଓ ବିଦେଶ ନୀତିକୁ ପ୍ରସଙ୍ଗ କରିବେ ବିରୋଧୀ । ଏପଟେ ବିରୋଧୀଙ୍କୁ କାଉଁଟର କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି ।
