ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ

ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଓଡିଶାରେ ପାଳିତ ହେଉଛି ୭୭ତମ ସ୍ୱାଧୀନତା ଦିବସ । ରାଜଧାନୀର ୟୁନିଟ୍-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି । ଏହାସହ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ଶହୀଦ ଲକ୍ଷ୍ମଣ ନାଏକ, ଶହୀଦ ବିର୍ସା ମୁଣ୍ଡା, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କୁ ମୋର ସମ୍ମାନ ଜଣାଉଛି । ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଭାରତର ସ୍ୱାଧୀନତା ସଂଗ୍ରାମ ବିଶ୍ୱ ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଥିଲା । ଏ ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲା । ଆଜି ଭାରତ ବିଶ୍ୱର ଏକ ପ୍ରମୁଖ ଶକ୍ତି ଭାବରେ ନିଜକୁ ପ୍ରତିଷ୍ଠା କରିପାରିଛି । ବିଭିନ୍ନ କ୍ଷେତ୍ରରେ ବିକାଶ ଆମର ଆତ୍ମବିଶ୍ୱାସ ବୃଦ୍ଧି କରିଛି। ଚନ୍ଦ୍ରଯାନ-୩ ସ୍ପେସ ରିସର୍ଚ୍ଚ କ୍ଷେତ୍ରରେ ଭାରତର ଗୌରବ ବୃଦ୍ଧି କରିଛି ।