ଭେଟେରାନ୍ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ
ଭେଟେରାନ୍ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ । ୮୯ ବର୍ଷ ବୟସରେ ମୁମ୍ବାଇ ଘରେ ଆଖି ବୁଜିଲେ ଧର୍ମେନ୍ଦ୍ର। ୬ ଦଶନ୍ଧିର ଫିଲ୍ମ କ୍ୟାରିଅର, ୩ ଶହରୁ ଊର୍ଦ୍ଧ୍ବ ସିନେମାରେ ଅଭିନୟ । ହିନ୍ଦୀ ସିନେମାର ହି-ମ୍ୟାନ୍ ଭାବେ ପରିଚିତ। ସୋଲେ, ଚୁପ୍କେ ଚୁପ୍କେ, ସତ୍ୟକାମ, ଗୁଲାମୀ ଭଳି ଫିଲ୍ମରେ ଅଭିନୟ।ଧର୍ମେନ୍ଦ୍ରଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଖବର ପ୍ରଚାରିତ ହେବା ମାତ୍ରେ , ପୂରା ବଲିଉଡ୍ରେ ନୀରବତା ଖେଳିଗଲା । ସେଲିବ୍ରିଟିମାନେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଗଭୀର ଚିନ୍ତିତ ହୋଇପଡ଼ିଥିଲେ । ବଲିଉଡ ସୁପରଷ୍ଟାର ଶାହରୁଖ ଖାନ, ସଲମାନ ଖାନ ଏବଂ ଅଭିନେତା ଗୋବିନ୍ଦା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବା ପାଇଁ ହସ୍ପିଟାଲକୁ ଯାଇଥିଲେ । ଧର୍ମେନ୍ଦ୍ରଙ୍କୁ ଭର୍ତ୍ତି କରାଯିବା ପରଠାରୁ ସମଗ୍ର ଦେଓଲ ପରିବାର ହସ୍ପିଟାଲରେ ଉପସ୍ଥିତ ଥିଲେ ।ଧର୍ମେନ୍ଦ୍ର ହିନ୍ଦୀ ସିନେମାର ସବୁଠାରୁ ସମ୍ମାନିତ ଏବଂ ଲୋକପ୍ରିୟ ତାରକାମାନଙ୍କ ମଧ୍ୟରୁ ଜଣେ ଥିଲେ । ସାତ ଦଶନ୍ଧିରୁ ଅଧିକ ସମୟ ଧରି ତାଙ୍କର କ୍ୟାରିୟରରେ, ସେ ୩୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ, ଯେଉଁଥିରେ “ଶୋଲେ”, “ଚୁପକେ ଚୁପକେ”, “ସୀତା ଔର ଗୀତା” ଏବଂ “ଧରମ ବୀର” ଭଳି ସୁପରହିଟ୍ ଫିଲ୍ମ ଅନ୍ତର୍ଭୁକ୍ତ । ତାଙ୍କ ସଂଳାପଗୁଡ଼ିକ ଏବେ ବି ବହୁଳ ଭାବରେ ପ୍ରଚଳିତ, ଯେଉଁଥିରେ “ଶୋଲେରେ ବାସନ୍ତୀ ଇନ୍ କୁତୋ କେ ଆଗେ ମତ ନାଚନା” ଏକ ପ୍ରମୁଖ ହିଟ୍ ଫିଲ୍ମ ଥିଲା ।
