ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି: ପୃଥୀରାଜ ହରିଚନ୍ଦନ
ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି ବୋଲି କହିଛନ୍ତି ମନ୍ତ୍ରୀ । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର ଦେଇ ଏହା ଉତ୍ତର ଦେଇଛନ୍ତ୍ରି । ଗୃହରେ ଉତ୍ତର ରଖିଲେ ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ’। ବିଗତ ୧୦ ବର୍ଷରେ ରାଜ୍ୟରେ ୨୬ଟି ଶୀତଳ ଭଣ୍ଡାର ନିର୍ମାଣ ହୋଇଛି ।ଏବେ ୨୨ଟି କାର୍ଯ୍ୟକ୍ଷମ ଓ ୪ଟି କାର୍ଯ୍ୟକ୍ଷମ ନାହିଁ: ମନ୍ତ୍ରୀ। ଯେଉଁଥିରେ ୨୦ଟି ସରକାରୀ ଓ ୭୮ଟି ବେସରକାରୀ ଶୀତଳଭଣ୍ଡାର ରହିଛି। ସବ୍ ଡିଭିଜନ ସ୍ତରରେ ୫୮ଟି ନିର୍ମାଣ ଲକ୍ଷ୍ୟ, ୨୫୨ କୋଟି ଟଙ୍କା ବ୍ୟୟବରାଦ । ୧୫ଟି ନୂଆ ଓ ୨ଟି ଅଚଳ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି ।
