ଭୁବନେଶ୍ୱରରେ ହେବ ଭିସା ସେଣ୍ଟର

ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର

ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର। ଏଣିକି ଓଡିଶା ଲୋକେ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବେ ନାହିଁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ।ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍‍ଡିଙ୍ଗ୍ ରେ କାର୍ଯ୍ୟକ୍ଷମ ହେବ। ଯାହା ପାଇଁ ଓଡିଶା ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇଦେବେ । ଆନ୍ତର୍ଜାତିକ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଭଳି ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା । ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସିଥିଲା । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।

Leave a Reply

Your email address will not be published. Required fields are marked *