ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟା ଦର୍ଶନ ବନ୍ଦ
ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟା ଦର୍ଶନ ବନ୍ଦ । ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ଯୋଗୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ପୌଷ କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି କରାଯିବ। ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ମହାପ୍ରଭୁଙ୍କ ଏହା ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯିବ ।
