ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ
କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ ମାତ୍ର ମୁଁ ଜାଣି ନ ଥିଲି। ସୋସିଆଲ ମିଡିଆରୁ ଜାଣିବାକୁ ପାଇଲି, ଆମକୁ ଅବଗତ କରିବାର ଥିଲା ବୋଲି ସୋଫିଆ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ସମସ୍ତଙ୍କୁ ଏକାଠି ନେଇ କାମ କଲେ କଂଗ୍ରେସ ଆଗକୁ ବଢ଼ିବ। ଅନ୍ୟପକ୍ଷରେ ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ବିଶ୍ୱଜିତ୍।ସୂଚନା ଥାଉକି, କଂଗ୍ରେସ ଭବନଠାରେ ଶନିବାର ଆୟୋଜିତ ଏକ ମିଶ୍ରଣ ପର୍ବରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ନିଜ ସମର୍ଥକଙ୍କ ସହ କଂଗ୍ରେସରେ ଯୋଗଦାନ କରିଥିଲେ।
