ଡାଇନିଂ ଟେବୁଲରେ ବସି ମହାପ୍ରସାଦ ସେବନର ଭିଡିଓ ଭାଇରାଲ୍

ପୁଣି ମହାପ୍ରସାଦକୁ ଅପମାନ

ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ବସି ମହାପ୍ରଭୁଙ୍କ ମହାପ୍ରସାଦ ସେବନର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ପୁରୀର ଏକ ହୋଟେଲରେ ବଙ୍ଗୀୟ ଯାତ୍ରୀ ଡାଇନିଂ ଟେବୁଲରେ ବସି ମହାପ୍ରସାଦ ସେବନ କରୁଥିବା ଘଟଣା ଜଗନ୍ନାଥ ପ୍ରେମୀଙ୍କୁ ଘୋର ଆଘାତ ଦେଇଛି। କେବଳ ଡାଇନିଂ ଟେବୁଲରେ ବସି ମହାପ୍ରସାଦ ସେବନ ନୁହେଁ ଚପଲ ପିନ୍ଧି ଏହାକୁ ସେବନ କରିବାକୁ ନେଇ ମଧ୍ୟ ଉଦବେଗ ପ୍ରକାଶ ପାଇଛି। ଏହା ସହ ହୋଟେଲ କର୍ମଚାରୀଙ୍କ କାର୍ଯ୍ୟକଳାପକୁ ନେଇ ମଧ୍ୟ ପ୍ରଶ୍ନବାଚର ସୃଷ୍ଟି ହୋଇଛି । ଏଣୁ ସମସ୍ତ ହୋଟେଲିୟର ଏ ଦିଗରେ ବିଶେଷ ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ମତ ପ୍ରକାଶ ପାଇଛି ।

Leave a Reply

Your email address will not be published. Required fields are marked *