ରାଜ୍ୟରେ ନୂଆ ୨୫୦ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଗଡିଲା ୨୫୦ ନୂଆ ଆମ୍ବୁଲା

ରାଜ୍ୟରେ ଗଡିଲା ୨୫୦ ନୂଆ ଆମ୍ବୁଲାନ୍ସ । ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ ଆମ୍ବୁଲାନ୍ସ ଲୋକାର୍ପିତ କରାଯାଇଛି । ଆଜି ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅଧିକ ୨୫୦ ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାର ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିଛନ୍ତି ମୋହନ ସରକାର । ପ୍ରଥମ ପର୍ଯ୍ୟାୟରେ ୨୦୨୫ ମସିହା ଡିସେମ୍ବର ୨୩ ତାରିଖ ଦିନ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ ହୋଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଅଧିକ ୨୫୦ ଟି ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି । ଏଥିରେ ବିମାନବନ୍ଦର ନିମନ୍ତେ ୫ ଟି ଏବଂ ଝାରସୁଗୁଡ଼ା ସ୍ଥିତ କାର୍ଡିଆକ୍ କେୟାର୍ ହସ୍ପିଟାଲ ନିମନ୍ତେ ୨ଟି ଅତ୍ୟାଧୁନିକ ଲାଇଫ୍ ସପୋର୍ଟ (ALS) ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି ।ପ୍ରତି ଆମ୍ବୁଲାନ୍ସ ପିଛା ୨୫.୭୭ ଲକ୍ଷ ଟଙ୍କା ହିସାବରେ ୪୨୮ଟି ଆମ୍ବୁଲାନ୍ସ ପାଇଁ ପ୍ରାୟ ୧୧୧ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ବିନିଯୋଗ କରିଛନ୍ତି । ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଓଡ଼ିଶାରେ ୨୦୧୩ ମାର୍ଚ୍ଚ ୫ ତାରିଖ ଦିନ ଆରମ୍ଭ ହୋଇଥିଲା, ଏବଂ ବର୍ତ୍ତମାନ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ମୋଟ ୮୬୬ଟି ଆମ୍ବୁଲାନ୍ସ ଜନସାଧାରଣଙ୍କ ସେବାରେ ନିୟୋଜିତ ଅଛି । ଏଥିରେ ୪୪୯ଟି ବେସିକ ଲାଇଫ ସପୋର୍ଟ(BLS) ଆମ୍ବୁଲାନ୍ସ, ୪୧୧ଟି ଆଡ୍‌ଭାନ୍‌ସ୍‌ ଲାଇଫ ସପୋର୍ଟ (ALS) ଆମ୍ବୁଲାନ୍ସ ଏବଂ ୬ଟି ବୋଟ୍ ଆମ୍ବୁଲାନ୍ସ ରହିଛି । ଏହିସବୁ ଆମ୍ବୁଲାନ୍ସ ଦ୍ବାରା ଜନସାଧାରଣଙ୍କୁ ହସ୍ପିଟାଲ ଯିବା ନିମନ୍ତେ ଜରୁରୀକାଳୀନ ସ୍ଥାନାନ୍ତରଣ ସେବା ଦେୟମୁକ୍ତ ଭାବେ ଯୋଗାଇ ଦିଆଯାଉଛି ।

Leave a Reply

Your email address will not be published. Required fields are marked *