ଅନବସର ଶେଷ ଦିନରେ ସଜେଇ ହେଉଛନ୍ତି ମହାପ୍ରଭୁ

ଆଜି ମହାପ୍ରଭୁଙ୍କ ଅନବସରରେ ଅନ୍ତିମ ଦିନ । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । କାଲି ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ମଙ୍ଗଳବାର ରଥାରୂଢ ହୋଇ ଗୁଣ୍ଡିଚା ଯିବେ ମହାବାହୁ । ସେପଟେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । ରଥଯାତ୍ରା ବେଳେ ପୁରୀକୁ ଜଗିବେ ୧୮୦ ପ୍ଲାଟୁନ୍ ପୋଲିସ ଫୋର୍ସ । ସିସିଟିଭି କ୍ୟାମେରା ଓ କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ସହର ଉପରେ ରଖାଯିବ ତୀକ୍ଷ୍ଣ ନଜର । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ ପୋଲିସ ସେବା ମନୋଭାବ ନେଇ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରାଥମିକତା ଦିଆଯାଇଛି । ରେଳବାଇ ଓ ତଟ ସୁରକ୍ଷା ସହ, ପହଣ୍ଡି, ରଥଟଣା, ଜନଗହଳି ନିୟନ୍ତ୍ରଣ, ଭିଆଇପିଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ବଛା ବଛା ୧୦୦୦ରୁ ଉର୍ଦ୍ଧ୍ବ ଅଧିକାରୀ ମୁତୟନ କରାଯିବ ।