ମାର୍ଚ୍ଚ ୧୦ ତାରିଖରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ

ରାଜ୍ୟରେ ବଢିବ ଦିନ ତାପମାତ୍ରା

ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା । ମାର୍ଚ୍ଚ ୧୦ ତାରିଖରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରାରେ ଆହୁରି ୨ ରୁ ୩ ଡିଗ୍ରୀ ଦିନ ତାପମାତ୍ରା ବଢିବା ନେଇ ଆକଳନ କରୁଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଗତ ୨୪ ଘଣ୍ଟା ମଧ୍ୟରେ ୩୭.୬ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିଭଳି ରାୟଗଡ଼ାରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି ।ଅନ୍ୟପଟେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୩.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକା ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯଥା ମୟୂରଭଞ୍ଜ, ବାଲେଶ୍ୱର, କେଉଁଝର ଓ ଭଦ୍ରକ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ବିଜୁଳି ଘଡଘଡି ଏବଂ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଏଥିପାଇଁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave a Reply

Your email address will not be published. Required fields are marked *