ଦୁଇ ବର୍ଷରେ ୭୧୧ କୋଟି ଟଙ୍କା ଲୁଟି ନେଲେଣି ସାଇବର ଠକ
ଦୁଇ ବର୍ଷରେ ୭୧୧ କୋଟି ଟଙ୍କା ଲୁଟି ନେଲେଣି ସାଇବର ଠକ, କିନ୍ତୁ ଫେରିଛି ମାତ୍ର ୭ କୋଟି ଟଙ୍କା l ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଦୁଇ ବର୍ଷରେ ୭୧୧ କୋଟି ରୁ ଉର୍ଦ୍ଧ ଟଙ୍କା ଠକି ନେଲେଣି ସାଇବର ଠକ ।ବିଧାନସଭାର ତଥ୍ୟ କହୁଛି ୨୦୨୪ ରେ ୨୭ ହଜାର ୩୬୮ ଟି ମାମଲା ରୁଜୁ ହେଉଥିବା ବେଳେ, ୨୭୯ କୋଟି ୭୧ ଲକ୍ଷ ୨୯ ହାଜର ୬୬୨ ଟଙ୍କା ଠକେଇ ହେଇଛି l ସେଥି ମଧ୍ୟରୁ ମାତ୍ର ୨ କୋଟି ୪୭ ଲକ୍ଷ୍ୟ ୮୭ ହଜାର ୨୬୮ ଟଙ୍କା ରିକୋଭାରୀ ହେଇଛି l ସେହିପରି ୨୦୨୫ ରେ ୪୯ ହଜାର ୪୨୬ ମାମଲା ରୁଜୁ ହେଇଥିବା ବେଳେ, ୪୩୨ କୋଟି, ୨୮ ଲକ୍ଷ ଟଙ୍କା ଲୁଟିନେଇ ଛନ୍ତି ସାଇବର ଠକ । ଯାହା ଭିତରୁ ଫେରି ପାରିଛି ମାତ୍ର ୫ କୋଟି ୩୧ ଲକ୍ଷ, ୪୫ ହଜାର ୮୮୬ ଟଙ୍କା ।
