ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ
ରାଜ୍ୟ ସଭା ନିର୍ବାଚନକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି କହିଛନ୍ତି, ଭାଜପା ଘୋଡ଼ା ବେପାର କରୁଛି। ଗଣତାନ୍ତ୍ରିକ ବ୍ୟବସ୍ଥାରେ ଏହା ଏକ ଅପରାଧ ବୋଲି ନବୀନ କହିଛନ୍ତି।
ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି। ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ। ରାଜ୍ୟ ସଭା ନିର୍ବାଚନ ପରିଚାଳନା ଉପରେ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେବେ। ବିଜେଡି ବିଧାୟକମାନେ ଯୋଗ ଦେଇ ନିର୍ବାଚନ ପ୍ରକ୍ରିୟା ବାବଦରେ ବୁଝିବେ।
