୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବ

ଘୋଷଣା ହୋଇପାରେ ନିର୍ବାଚନ ତାରିଖ

ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଆଜି ନିର୍ବାଚନ କମିଶନ ଏହି ୫ ଟି ରାଜ୍ୟର ନିର୍ବାଚନ ତାରିଖ ଘୋଷଣା କରିବେ ବୋଲି ଆଶା କରାଯାଉଛି । ନିର୍ବାଚନ କମିଶନ ଆଜି ଅପରାହ୍ଣ ୪ ଟା ସୁଦ୍ଧା ଏକ ସାମ୍ବାଦିକ ସମ୍ମିଳନୀ କରିବେ ବୋଲି ଆଶା କରାଯାଉଛି । ଯେଉଁ ରାଜ୍ୟଗୁଡିକରେ ନିର୍ବାଚନ ସ୍ଥିର କରାଯାଇଛି ସେହି ୪ ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ସେଥିରେ ସାମିଲ ରହିଛି ।ସୂଚନାନୁଯାୟୀ, ନିର୍ବାଚନ କମିଶନ ଆଜି ସନ୍ଧ୍ୟାରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିବେ ବୋଲି ଆଶା କରାଯାଉଛି । ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ ଏବଂ ଆସାମରେ ନିର୍ବାଚନ ତାରିଖ ଘୋଷଣା ହେବ ବୋଲି ଅନୁମାନ କରାଯାଉଛି । ଏହା ବ୍ୟତୀତ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ମଧ୍ୟ ଏକାସାଙ୍ଗରେ ଘୋଷଣା ହୋଇପାରେ । ବିଧାନସଭା ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିବା ପାଇଁ ନିର୍ବାଚନ କମିଶନ ଅପରାହ୍ଣ ୪ଟାରେ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରିଛନ୍ତି ।

Leave a Reply

Your email address will not be published. Required fields are marked *