କଟକ ଏସସିବି ଅଗ୍ନିକାଣ୍ଡ ଘଟଣା

ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । କଟକ ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ମୋହନ ମାଝୀଙ୍କ ସହ କଥା ହେଲେ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ସମସ୍ତ ପ୍ରଭାବିତଙ୍କ ପାଇଁ ଗ୍ରହଣ କରାଯାଇଥିବା ଜରୁରୀକାଳୀନ ପଦକ୍ଷେପ, ସ୍ଥାନାନ୍ତର ପ୍ରକ୍ରିୟା ଏବଂ ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସ୍ୱତନ୍ତ୍ର ଚିକିତ୍ସା ସେବା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ସମ୍ପର୍କରେ ମଧ୍ୟ ସୂଚନା ପ୍ରଦାନ କରିଛନ୍ତି । ସମସ୍ତ ସମ୍ପୃକ୍ତ ବିଭାଗ ଓ ଟିମ୍ ପୂର୍ଣ୍ଣ ସମନ୍ୱୟର ସହ ନିରନ୍ତର କାର୍ଯ୍ୟ କରୁଛନ୍ତି । ଏହି ସମ୍ବେଦନଶୀଳ ସମୟରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ସହାନୁଭୂତିପୂର୍ଣ୍ଣ ଉଦବେଗ ଏବଂ ଆବଶ୍ୟକୀୟ ସହାୟତାର ପ୍ରତିଶ୍ରୁତି ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Leave a Reply

Your email address will not be published. Required fields are marked *