ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇ ନାହାନ୍ତି ୯୯୩୦ ଛାତ୍ରଛାତ୍ରୀ
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଉଭାନ ହୋଇଗଲେ ୯୯୩୦ ଛାତ୍ରଛାତ୍ରୀ । ଚଳିତ ବର୍ଷ ୫,୪୬,୮୭୬ ପିଲା ଫର୍ମ ଫିଲଅପ କରିଥିଲେ । ହେଲେ ପରୀକ୍ଷା ଦେଇଛନ୍ତି ୫୩୬୯୪୬ ଛାତ୍ରଛାତ୍ରୀ । ଯାହା ୧.୮୧% ଅନୁପସ୍ଥିତ ପିଲାଙ୍କ ହାର । ଗୃହରେ ଏହି ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
