ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ
ପଶ୍ଚିମ ଏସିଆ ସଂକଟ ଭିତରେ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଯୁଦ୍ଧ ପରିସ୍ଥିତି ଓ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଆଖିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଅନଲାଇନ ବୈଠକ କରିବେ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ଦେଶର ସୁରକ୍ଷା ଏବଂ ଜରୁରୀକାଳୀନ ସ୍ଥିତିର ମୁକାବିଲା ପାଇଁ ରାଜ୍ୟଗୁଡିକର ପ୍ରସ୍ତୁତିର ସମୀକ୍ଷା କରିବେ ।
