ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଫଳରେ ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ ହୋଇ ଫେରୁଥିବା ବେଳେ ଛିନ୍ଦୱାଡ଼ାର ନାଗପୁର ରୋଡର ସିମାରିୟା ନିକଟରେ ବସ୍ ଓ ପିକଅପ ଗାଡ଼ି ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି । ଆହତଙ୍କ ମଧ୍ୟରୁ ୩ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ରହିଛି ।ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ । ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଓ ଗୁରୁତରଙ୍କୁ ଏକ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରଶି ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *