କାଳବୈଶାଖୀ ବର୍ଷା ପାଇଁ ୨୫ ଜିଲ୍ଲାକୁ ୱାର୍ଣ୍ଣିଂ

ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା, ୨୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା । ବିଜୁଳି, ଘଡଘଡି ସହ କାଳବୈଶାଖୀ ବର୍ଷା ପାଇଁ ୨୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୫ ଜିଲ୍ଲା ମଧ୍ୟରୁ ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ଜିଲ୍ଲା ଗୁଡିକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି ଆସନ୍ତକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜାରି ରହିବ । ଏନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *