ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଆସନ୍ତାକାଲି ବସିବ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ

ମହିଳା ସଂରକ୍ଷଣ ବିଲ୍ ସଂପର୍କରେ ଆଲୋଚନା ପାଇଁ ଆସନ୍ତାକାଲି ବସିବ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ବସିବ। ଆଉ ବିଧାନସଭାର ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ। ତ୍ରିସ୍ତରୀୟ ବଳୟରେ ରହିବ ବିଧାନସଭା। ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ। STU, ଡଗ୍‌ ସ୍କ୍ବାଡ, ବମ ସ୍କ୍ବାଡ ସହ ଅଗ୍ନିଶମ ବିଭାଗକୁ ମଧ୍ୟ ଦାୟିତ୍ୱ ଦିଆଯାଇଛି। ଲୋୟର ପିଏମ୍‌ଜିରେ ୧୪୪ ଧାରା ଜାରି କରାଯିବ ବୋଲି ସୂଚନା ମିଳିଛି। କାଲି ହେବ ବିଧାନସଭାର ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ହେବ। ଦିନ ୧୧ଟାରୁ ସ୍ୱତନ୍ତ୍ର ଅଧିବେଶନ ବସିବ। ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା। ଭାରତର ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନ ଉପରେ ଆଲୋଚନା ହେବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।

Leave a Reply

Your email address will not be published. Required fields are marked *