ଭଉଣୀର କଙ୍କାଳକୁ ଭାଇ ବ୍ୟାଙ୍କ୍‌ ନେବା ଘଟଣା, ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ RDC

ଜିତୁ ମୁଣ୍ଡାଙ୍କ ଘରେ ଉତ୍ତରାଞ୍ଚଳ ଆରଡିସି

ଜିତୁ ମୁଣ୍ଡାଙ୍କ ଘରେ ଉତ୍ତରାଞ୍ଚଳ ଆରଡିସି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆରଡିସି ଜିତୁ ମୁଣ୍ଡାଙ୍କ ଘରେ ପହଞ୍ଚି ତଦନ୍ତ କରୁଥିଲେ । କେଉଁ ପରିସ୍ଥିତିରେ ଭଉଣୀଙ୍କ ମୃତଦେହ ଖୋଳିବାକୁ ପଡ଼ିଲା ? ବ୍ୟାଙ୍କ କର୍ମଚାରୀ କ’ଣ ଡକ୍ୟୁମେଣ୍ଟ ମାଗିଥିଲେ? ଏସମ୍ପର୍କରେ ଅଧିକ ପଚାରି ବୁଝିଥିଲା ଟିମ୍ । ତେବେ ପ୍ରାଥମିକ ତଦନ୍ତ ପରେ ଗଣମାଧ୍ୟାମକୁ ପ୍ରତିକ୍ରିୟା ଦେଲେ ଆରଡିସି । ବ୍ୟାଙ୍କ ସିସି ଟିଭି ଯାଞ୍ଚ ବେଳେ କର୍ତ୍ତୃପକ୍ଷଙ୍କ ଅବହେଳା ସାମ୍ନାକୁ ଆସିଛି । ସିସିଟିଭି ଅଡିଓ ଭର୍ସନ ନ ଥିବାରୁ କଣ କଥାବାର୍ତ୍ତା ହୋଇଛି ଜଣାପଡ଼ୁନି । ଏହା ମଧ୍ୟ କହିଛନ୍ତି ଯେ ଜିତୁ ମୁଣ୍ଡା ୧୧ଟା ୨୬ରେ ବ୍ୟାଙ୍କ ଆସିଲେ, ୧୧ଟା ୫୮ରେ ବ୍ୟାଙ୍କ ଛାଡ଼ିଲେ । ସେହି ସମୟ ଭିତରେ ୪ ଥର ସେ ବ୍ୟାଙ୍କ ଭିତରେ କର୍ମଚାରୀଙ୍କୁ ଭେଟିଛନ୍ତି । ଶେଷରେ ବ୍ୟାଙ୍କ ମ୍ୟାନେଜର ତାଙ୍କୁ ଫେରାଇଛନ୍ତି । ଏହାପରେ ସେ କ୍ଷୁବ୍ଧ ହୋଇ ଯାଇ କଙ୍କାଳ ଆଣି ଆସିଛନ୍ତି ବୋଲି ଆରଡିସି କହିଛି ।

Leave a Reply

Your email address will not be published. Required fields are marked *