ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ
ରାଜ୍ୟରେ ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ । କାଳବୈଶାଖୀ ଯୋଗୁ ଆସନ୍ତା ଦୁଇ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ରାଜ୍ୟରେ ଆଜି ମଧ୍ୟ କାଳବୈଶାଖୀ ନେଇ ସତର୍କତା ଜାରି ହୋଇଛି । ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ ଥିବାବେଳେ ପବନର ବେଗ ୫୦ରୁ ୬୦ କିଲୋମିଟର ଯାଏଁ ବହିପାରେ। ଦିନେ ଦୁଇ ଦିନ ମଧ୍ୟରେ କାଳବୈଶାଖୀ ପ୍ରଭାବରେ ଅନେକ କ୍ଷୟକ୍ଷତି ମଧ୍ୟ ଦେଖିବାକୁ ମିଳିଛି ।
