ଆସନ୍ତା ୫ ଦିନରେ ରାଜ୍ୟରେ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିପାରେ ତାପମାତ୍ରା

ବଙ୍ଗୋପସାଗରରେ ଲଘୁଚାପ

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇପାରେ । ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବାର ସମ୍ଭାବନା କମ୍ । ମେ’ ୧୩ ଅର୍ଥାତ୍ ଆସନ୍ତାକାଲି ଠାରୁ ରାଜ୍ୟରେ ଖରା ବଢ଼ିବା ସହ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବ । ଆଗାମୀ ୫ ଦିନ ମଧ୍ୟରେ ପାରଦ ୨ରୁ ୪ ଡିଗ୍ରି ସେଲସିୟସ୍ ପର୍ଯ୍ୟନ୍ତ ବଢ଼ିପାରେ । ରାଜ୍ୟରେ ବଡ଼ ଧରଣର ବର୍ଷାର ସମ୍ଭାବନା ନଥିଲେ ମଧ୍ୟ କିଛି ଜିଲ୍ଲାରେ କାଳବୈଶାଖୀ ଜାରି ରହିବ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ପୁରୀ, ଖୋର୍ଦ୍ଧା, କଟକ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଅଛି । ଚଳିତ ସପ୍ତାହ ଶେଷ ସୁଦ୍ଧା ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ମୌସୁମୀ ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Leave a Reply

Your email address will not be published. Required fields are marked *