ଗିରିରୋଡରେ ଦୁଇ ଜଣଙ୍କୁ ବିଚରାସ୍ତାରେ ପିଟିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ପୋଲିସର ଏନକାଉଣ୍ଟର

ବ୍ରହ୍ମପୁରରେ ପୁଣି ଏନକାଉଣ୍ଟର

ବ୍ରହ୍ମପୁରରେ ପୁଣି ଏନକାଉଣ୍ଟର । ଗିରିରୋଡରେ ଦୁଇ ଜଣଙ୍କୁ ବିଚରାସ୍ତାରେ ପିଟିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ପୋଲିସର ଏନକାଉଣ୍ଟର। ଗତକାଲି ବିଳମ୍ବିତ ରାତିରେ ଟାମଣା ଘାଟିରେ ପୋଲିସ ଓ ମୁକେଶ ମୁହାଁ ମୁହିଁ ହେବା ପରେ ମୁକେଶ ପୋଲିସ ଉପରକୁ ଗୁଳି କରିଥିଲା। ପୋଲିସ ମଧ୍ୟ ମୁକେଶ ଉପରକୁ ପାଲଟା ଗୁଳି କରିଥିଲା। ତାର ହାତରେ ଓ ଗୋଡ଼ରେ ଗୁଳି ବାଜିଛି। ତାକୁ ଚିକିତ୍ସା ପାଇଁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ଦିନେଶକୁ ମଧ୍ୟ ପୋଲିସ ଗିରଫ କରିଛି। ସେପଟେ ଗିରିରୋଡରେ ଦୁଇ ଜଣଙ୍କୁ ବିଚ୍ ରାସ୍ତାରେ ପିଟିବା ଘଟଣାରେ ୨ ଗିରଫ ।

Leave a Reply

Your email address will not be published. Required fields are marked *