ପୁଣି ରାଜଧାନୀରେ ବୁଲିଲା ଖଣ୍ଡା

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା । ଭୁବନେଶ୍ୱରରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । କ୍ୟାପିଟାଲ ଥାନା ଅଞ୍ଚଳ ଫାଳିକିଆ ବସ୍ତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଯୁବକ ହେଲେ ଡି. ହରିକୃଷ୍ଣ । ଦୁର୍ବୃତ୍ତମାନେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଥିଲେ । ଆକ୍ରମଣରେ ସେ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି । ପୋଲିସ ତଦନ୍ତ ଜୋରଦାର କରିଛି । ଫେରାର ଆକ୍ରମଣକାରୀଙ୍କୁ ଧରିବା ପାଇଁ ପୋଲିସ ତନାଘନା ଚଳାଇଛି ।

Leave a Reply

Your email address will not be published. Required fields are marked *