ଆସିଲା ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚୀ

ଜୁନ ୨୦ରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଆସିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ଦିନିକିଆ ଓଡ଼ିଶା ଗସ୍ତ ସୂଚୀ। ୨୦ ତାରିଖ ପୂର୍ବାହ୍ନ ୧୧ଟା ୫ରେ ପାହାଡ଼ପୁର ହେଲିପ୍ୟାଡରେ ଓହ୍ଲାଇବେ। ୧୧ଟା ୧୫ରେ ଗୋଷାଣୀ ପୀଠରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି। ଘଣ୍ଟାଏ ପାହାଡ଼ପୁରରେ ରହିବେ। ୧୨ଟା ୫୫ ମିନିଟରେ ଦାଣ୍ଡବୋଷ ସଭାସ୍ଥଳରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଦିନ ୧ଟାରୁ ୨ଟା ଯାଏଁ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ଏହାପରେ ଦିନ ୨ଟା ୧୫ରେ ଓଡ଼ିଶା ଛାଡ଼ିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Leave a Reply

Your email address will not be published. Required fields are marked *