ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଉ ୩ ଦିନ ବଢ଼ିଲା ସ୍କୁଲ ଛୁଟି

ସୁବର୍ଣ୍ଣପୁରରେ ୨୦ ତାରିଖ ଯାଏ ସ୍କୁଲ ଛୁଟି

ସୁବର୍ଣ୍ଣପୁରରେ ୨୦ ତାରିଖ ଯାଏ ସ୍କୁଲ ଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଉ ୩ ଦିନ ବଢ଼ିଲା ସ୍କୁଲ ଛୁଟି । ଜିଲ୍ଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାର ସବୁ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ୨୦ ତାରିଖ ଯାଏ ବନ୍ଦ ରହିବ । ତେବେ ଆସନ୍ତା ୧୮ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଥିଲେ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ବଢ଼ିବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇ ମନ୍ତ୍ରୀ ସ୍ପଷ୍ଟ କରିଥିଲେ ଯେ, ନିର୍ଦ୍ଧାରିତ ସମୟସୀମା ଅନୁଯାୟୀ ଜୁନ୍ ୧୮ ତାରିଖରେ ହିଁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜ୍ୟ ସରକାର ମେ’ ୧୨ରୁ ଜୁନ୍ ୧୮ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ ।

Leave a Reply

Your email address will not be published. Required fields are marked *