ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଇରଂଗପୁର ଗସ୍ତ ଅବସରରେ ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତିରେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦେଶ ପ୍ରତି ତାଙ୍କର ଭଲ ପାଇବା ପାଇଁ ଧନ୍ୟବାଦ ଜଣାଉଛି ବୋଲି କହିଛନ୍ତି। ମୟୂରଭଞ୍ଜ ପାଇଁ ଉନ୍ନତି ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରାଯାଇଛି। ପ୍ରଧାନମନ୍ତ୍ରୀ ମୋର ଛୋଟ ଗାଁ ପାହାଡ଼ପୁରକୁ ଆସିଥିବାରୁ କୃତଜ୍ଞତା ଜଣାଉଛି। ଜନଜାତିଙ୍କ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଅନେକ ଉପହାର ଭେଟି ଦେଇଛନ୍ତି। ଏହାଦ୍ବାରା ସ୍ଥାନୀୟ ଜନଜାତି ଲୋକେ ବେଶ୍ ଉପକୃତ ହେବେ। ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଇ ମୋଦୀ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି। ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ସର୍ବାଧିକ ସମୟ ଶାସନରେ ରହିବା ନେଇ ଅଭିନନ୍ଦନ ଜଣାଉଛି। ପ୍ରଧାନମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ବ ପାଇଁ ବିଶ୍ବରେ ସମ୍ମାନ ବଢ଼ିଛି। କୋଭିଡ ମହାମାରୀ ସମୟରେ ସାରା ବିଶ୍ବକୁ ଟୀକା ପ୍ରଦାନ କରି କୋଟିକୋଟି ଲୋକଙ୍କର ଜୀବନ ବଞ୍ଚାଇଛନ୍ତି। ରାଷ୍ଟ୍ରପଦି ଦ୍ରୌପଦୀ ମୁର୍ମୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ମୋହନ ମାଝୀଙ୍କ ନେତୃତ୍ବରେ ରାଜ୍ୟକୁ ବହୁତ ପୁଞ୍ଜି ଆସିଛି। ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନିରବଚ୍ଛିନ୍ନ ଉଦ୍ୟମ କରୁଛନ୍ତି। ଜନଜାତି ଲୋକଙ୍କ ଜୀବନ ଶୈଳୀକୁ ଅନୁସରଣ କରିବା ଉଚିତ ବୋଲି ସେ କହିଛନ୍ତି।
