ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା

ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଓଡ଼ିଆଙ୍କ ମୃତ୍ୟୁ

ତାମିଲନାଡୁରେ ଆମୋନିଆ ଗ୍ୟାସ ଲିକ୍ ଘଟଣାରେ ଆଉ ଜଣେ ଓଡ଼ିଆଙ୍କ ମୃତ୍ୟୁ । ଚିକିତ୍ସାଧୀନ ଅବସ୍ଥାରେ କେନ୍ଦୁଝର ଜିଲ୍ଲାର ଜାମୁନି ଜୁଆଙ୍ଗଙ୍କ ମୃତ୍ୟୁ ହୋଇଛି । ଏହାପୂର୍ବରୁ ଦୁର୍ଘଟଣାରେ କେନ୍ଦୁଝରର ୫ଜଣ ଶ୍ରମିକ ପ୍ରାଣ ହରାଇଥିଲେ । ଅନ୍ୟପଟେ ଏବେବି ୪ଜଣ ଓଡ଼ିଆ ଶ୍ରମିକ ଗୁରୁତର ଅବସ୍ଥାରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି । ମୃତକଙ୍କ ପରିବାରରେ କାନ୍ଦବୋବାଳି ପଡିଥିବାବେଳେ ଗାଁରେ ଶୋକର ଛାୟା ଖେଳିଯାଇଛି। ତାମିଲନାଡୁର ତିରୁଭାଲୁର ଜିଲ୍ଲା ପେରିୟାପାଲାୟମ୍ ନିକଟସ୍ଥ କନ୍ନିଗାଇପେୟାରଠାରେ ଥିବା ଏକ ଚିଙ୍ଗୁଡ଼ି ପ୍ରସେସିଂ କାରଖାନା, ‘‘ସେଣ୍ଟ ପିଟର୍ସ ପଲ୍ ସିଫୁଡ୍ସ ଏକ୍ସପୋର୍ଟ ପ୍ରାଇଭେଟ୍ ଲିମିଟେଡ୍’’ ରେ ଭୟଙ୍କର ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା ଘଟିଥିଲା । ଯେଉଁଥିରେ ଓଡ଼ିଶାର ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।

ଗତକାଲି ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିରଥିଲେ । ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ । ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଅସୁସ୍ଥ ଓଡ଼ିଆ ଶ୍ରମିକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିତହିଁଲର । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡ଼ିଶା ସରକାରଙ୍କ ତିନି ଜଣ ବରିଷ୍ଠ ଅଧିକାରୀ ତାମିଲନାଡୁର ତିରୁଭଲ୍ଲୁରେ ପହଞ୍ଚି ତାମିଲନାଡୁ ଅଧିକାରୀମାନଙ୍କ ସହ ସମନ୍ୱୟ ରକ୍ଷାକରି ଅସୁସ୍ଥ ଶ୍ରମିକମାନଙ୍କ ଚିକିତ୍ସା ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ସମ୍ପର୍କରେ ସହାୟତା କରୁଛନ୍ତି ।

Leave a Reply

Your email address will not be published. Required fields are marked *