ପୁଲୱାମାରେ ଭୂମିକମ୍ପ ଝଟକା

ପୁଲୱାମାରେ ଭୂମିକମ୍ପ ଝଟକା , ରିକ୍ଟର ସ୍କେଲରେ ତୀବ୍ରତା ୩.୫

ଜମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାରେ ଆଜି ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୫ ରେକର୍ଡ କରାଯାଇଥିବା ସୂଚନା ମିଳିଛି । ହଠାତ୍ ଭୂମିକମ୍ପ ଝଟକା ଅନୁଭୂତ ହେବା ପରେ ଲୋକମାନଙ୍କ ମଧ୍ୟରେ କିଛି ସମୟ ପାଇଁ ଆତଙ୍କ ଖେଳିଯାଇଥିଲା । ଭୂମିକମ୍ପର ଝଟକା ପୁଲୱାମା ସହ ଆଖପାଖ ଅଞ୍ଚଳରେ ମଧ୍ୟ ଅନୁଭୂତ ହୋଇଥିଲା ।ଅନେକ ଲୋକ ଘର ଓ କାର୍ଯ୍ୟାଳୟରୁ ବାହାରକୁ ଚାଲିଆସିଥିଲେ । ତେବେ ଏହି ଭୂମିକମ୍ପ ଯୋଗୁଁ କୌଣସି ବଡ଼ ଧରଣର କ୍ଷୟକ୍ଷତି କିମ୍ବା ଜନହାନି ହୋଇଥିବା ଖବର ଏପର୍ଯ୍ୟନ୍ତ ମିଳିନାହିଁ ।

Leave a Reply

Your email address will not be published. Required fields are marked *