ଚନ୍ଦ୍ରିକା ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ

OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ । ଅପରାଧିକ ମାମଲାରେ ଗିରଫ ନବନିଯୁକ୍ତ ସରକାରୀ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ । ଟ୍ରେନିଙ୍ଗ୍ ସମୟରେ ବାରଙ୍ଗ ପୋଲିସ ଦ୍ୱାରା ଗିରଫ ହୋଇଥିଲେ। ବିଚାର ବିଭାଗୀୟ ହେପାଜତକୁ ପଠାଯାଇଛି । ଭବିଷ୍ୟତରେ ମଧ୍ୟ ଭୀମସେନ ଆଉ କୌଣସି ସରକାରୀ ଚାକିରି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ।ଶ୍ରୀ ଟୁଡୁ ତାଙ୍କ ଇଣ୍ଡକ୍ସନ୍ ଟ୍ରେନିଙ୍ଗ୍ ସମୟରେ ୨୦୨୬ ଜୁନ୍ ୪ ତାରିଖଠାରୁ ଅନୁପସ୍ଥିତ ଥିଲେ । ମଧୁସୂଦନ ଦାସ ରିଜିଓନାଲ୍ ଏକାଡେମୀ ଅଫ୍ ଫାଇନାନ୍ସିଆଲ୍ ମ୍ୟାନେଜମେଣ୍ଟ (MDRAFM)ରେ ତାଙ୍କ ଶେଷ ପରୀକ୍ଷାରେ ମଧ୍ୟ ଯୋଗ ଦେଇନଥିଲେ । ସେହି ସମୟରେ ସେ ଏକ ମୃତ୍ୟୁ ମାମଲାରେ ବାରଙ୍ଗ ପୋଲିସ ଦ୍ୱାରା ଗିରଫ ହୋଇଥିଲେ ଏବଂ ତାଙ୍କୁ ଜୁଡିସିଆଲ୍ କଷ୍ଟୋଡିକୁ ପଠାଯାଇଛି ।

Leave a Reply

Your email address will not be published. Required fields are marked *