ଖୋଲିଲା ହୀରାକୁଦର ୪ ଗେଟ୍
ଖୋଲିଲା ହୀରାକୁଦ୍ ଗେଟ୍ । ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ। ପୂଜାପାଠ ପରେ ପ୍ରଥମେ ହୀରାକୁଦ ସ୍ପିଲୱେର ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ପ୍ରଥମ ପର୍ଯ୍ୟାୟରେ ଖୋଲିଲା ୪ଟି ଗେଟ । ବାମ ପାର୍ଶ୍ବରେ ୩ଟ ଓ ଡାହାଣ ପାର୍ଶ୍ବରେ ଗୋଟିଏ ଗେଟ୍ ଖୋଲାଯାଇଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୧୪.୬୫ ଫୁଟ ରହିଛି । ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ ୬୪ ହଜାର ୦୦୯ କ୍ୟୁସେକ ଜଳ । ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ମହାନଦୀ ଅବବାହିକାର ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି । ହୀରାକୁଦ ଡ୍ୟାମରୁ ବନ୍ୟାଜଳ ଛଡ଼ା ଯିବା ପରେ ମହାନଦୀ ଓ ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବାର ଆଶଙ୍କା ରହିଛି । ଜଳଭଣ୍ଡାର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି ।
