ଭଦ୍ରକରେ ଆଜି ସମସ୍ତ ସ୍କୁଲ ଛୁଟି
ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଗତକାଲି ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଏହି ସୂଚନା ଦେଇଛନ୍ତି । ବର୍ଷା ଓ ଜଳବନ୍ଦୀ ଘଟଣାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।ଏହି ଘୋଷଣା ଅନୁଯାୟୀ, ଜିଲାରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ ଆସନ୍ତାକାଲି ବନ୍ଦ ରହିବ । ଗତ କିଛି ଦିନ ହେବ ଜିଲାରେ ପ୍ରବଳ ବର୍ଷା ହେଉଥିବାରୁ ଜନଜୀବନ ପ୍ରଭାବିତ ହୋଇଛି, ଯାହାକୁ ଆଖିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ଯାହାର ପ୍ରଭାବରେ ଗତରାତିରୁ ଲାଗିରହିଛି ବର୍ଷା । ଖାସ୍ କରି ଉପକୂଳିଆ ଅଞ୍ଚଳରେ ବର୍ଷାର ପରିମାଣ ଅଧିକ ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ ।
