ଠେଲାପେଲାରେ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର
ରଥଯାତ୍ରା ସମୟରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଯାଇଛି । ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଥିବା ବେଳେ ଏକ ଅଘଟଣ ଘଟି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଅନେକ ହୋଇଥିବା ସୂଚନା ରହିଛି ।ମିଳିଥିବା ସୂଚନା ଅନୁଯାୟୀ, ବଡ଼ଦାଣ୍ଡରେ ଅତ୍ୟଧିକ ଭିଡ଼ ଯୋଗୁଁ କିଛି ସ୍ଥାନରେ ଭିଡ଼ ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା । ଫଳରେ ସେଠାରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ସମୟରେ ପାଦ ଖସି ପଡ଼ିଯିବାରୁ ଶ୍ରଦ୍ଧାଳୁମାନେ ଦଳି ହୋଇଯାଇଥିଲେ । ଘଟଣାସ୍ଥଳରେ ଉପସ୍ଥିତ ପୋଲିସ ଓ ସ୍ୱେଚ୍ଛାସେବୀମାନେ ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ପଠାଇଥିଲେ । ଡାକ୍ତରଖାନାରେ ଜଣଙ୍କୁ ମୃତ ଘୋଷଣା କରାଯାଇଥିବାବେଳେ, ଗୁରୁତର ଅବସ୍ଥାରେ ଥିବା ଅନ୍ୟ ଜଣଙ୍କର ଚିକିତ୍ସା ଜାରି ରହିଛି ।
