ସୁବର୍ଣ୍ଣପୁରର ସବୁ ସ୍କୁଲ୍-କଲେଜ ବନ୍ଦ

ପ୍ରବଳ ବର୍ଷା ଆଶଙ୍କାରେ ସୁବର୍ଣ୍ଣପୁରର ସବୁ ସ୍କୁଲ୍-କଲେଜ ବନ୍ଦ

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଏହାରି ମଧ୍ୟରେ ପାଣିପାଗ ବିଭାଗ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି । ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପୂର୍ବରୁ ସତର୍କତା ଅବଲମ୍ବନ କରିଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଆଜି ପାଇଁ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ୍, କଲେଜ ଏବଂ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟ ଜଳମଗ୍ନ ହେବା କିମ୍ବା ଯାତାୟାତ ବାଧାପ୍ରାପ୍ତ ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।ପ୍ରଶାସନ ପକ୍ଷରୁ ଜିଲ୍ଲାବାସୀଙ୍କୁ ଅନାବଶ୍ୟକ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *