ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି

ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ବନ୍ଦ

ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ବନ୍ଦ । ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲାପାଳ । ଅଗଷ୍ଟ ୧ ତାରିଖରେ ସ୍କୁଲ ଖୋଲିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବେ । ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ କୌଣସି ପ୍ରକାର ଛୁଟି ଦିଆଯିବ ନାହିଁ । ବିନା କାରଣରେ ମୁଖ୍ୟାଳୟ ନ ଛାଡ଼ିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ସମ୍ଭାବ୍ୟ ବନ୍ୟା ପରିସ୍ଥିତିରେ ସ୍କୁଲ ଓ ଆବଶ୍ୟକୀୟ ଭିତ୍ତିଭୂମିକୁ ପ୍ରସ୍ତୁତ ରଖିବାକୁ ପ୍ରଧାନଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ସ୍କୁଲଗୁଡ଼ିକୁ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ବ୍ୟବସ୍ଥା କରିବା ଏବଂ ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ସହଯୋଗ ଯୋଗାଇବାକୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *