ବଲାଙ୍ଗିରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ
ଆଜି ବଲାଙ୍ଗୀରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ । ଆସନ୍ତା ଭାଦ୍ରବ ଶୁକ୍ଳ ପଞ୍ଚମୀ ତିଥି ସେପ୍ଟେମ୍ବର ୧୫ ତାରିଖ ମଙ୍ଗଳବାର ସକାଳ ୯ଟା ୩୬ ମିନିଟରୁ ଦିନ ୧୦ଟା ୧୦ ମିନିଟରେ ମଧ୍ୟରେ ମାଆ ପାଟଣେଶ୍ୱରୀ,ମାଆ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିହେବ । ପରେ ବଲାଙ୍ଗିର ଜିଲାର ଲୋକେ ନୂଆ ଖାଇବେ ବୋଲି ରାଜ ପୁରୋହିତ ସନ୍ତୋଷ କୁମାର ଦାସ ସୂଚନା ଦେଇଛନ୍ତି । ଏନେଇ ଶୈଳଶ୍ରୀ ପ୍ୟାଲେସରେ ଜ୍ୟୋତିର୍ବିଦ ଓ ପଣ୍ଡିତ ମହାସଭାର ସଦସ୍ୟଙ୍କୁ ନେଇ ଲଗ୍ନ ସ୍ଥିର କରାଯାଇଛି ।
