୧୩ରୁ ୧୯ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା
ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲୋ ପ୍ରେସର ଏରିଆ। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଂକା ରହିଛି। ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି । ଆସନ୍ତା ୧୪ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା। ଆସନ୍ତା ୧୩ରୁ ୧୯ ଯାଏଁ ଓଡ଼ିଶା ସମେତ ପୂର୍ବ ଓ ଉତ୍ତର-ପୂର୍ବ ଭାରତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷା ବିପତ୍ତି ଆଣୁଛି ଡବଲ ଲୋ ପ୍ରେସର। IMDର ଆକଳନ ଅନୁଯାୟୀ, ୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି।
