ରକ୍ଷା ବନ୍ଧନରେ ଆସିବ ସୁଭଦ୍ରା ଟଙ୍କା
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆସନ୍ତା ୨୮ ତାରିଖରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା । ରକ୍ଷାବନ୍ଧନ ଅବସରରେ ଯୋଗ୍ୟ ହିତାଧିକାରୀଙ୍କୁ ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ କିସ୍ତି ଟଙ୍କା । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ତେବେ ପ୍ରଥମ ଥର ପାଇଁ ୨ ଲକ୍ଷ ୨୧ ହଜାର ୫୪ ଜଣ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଯେଉଁ ମାନଙ୍କର ପୂର୍ବରୁ ଏକାଧିକ ଇନଷ୍ଟଲମେଣ୍ଟ ବାକି ଅଛି ଫିଲ୍ଡ ଯାଞ୍ଚ ପରେ ସବୁ କିସ୍ତି ଏକକାଳୀନ ମିଳିବ । ପଞ୍ଚମ କିସ୍ତିର ମାସକ ପରେ ବଞ୍ଚିତ ହିତାଧିକାରୀଙ୍କୁ ଟଙ୍କା ମିଳିବ ବୋଲି ମଧ୍ୟ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।
