ଓଡ଼ିଶାରେ ଆଜି ବି ବର୍ଷା

୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଆଜି ବି ଓଡ଼ିଶାରେ ବର୍ଷା, ୫ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ। ବଙ୍ଗୋପସାଗରରେ ସୃଷ୍ଟ ପାଣିପାଗ ବ୍ୟବସ୍ଥା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ସହ ଉତ୍ତର ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଆଜି ଅତି ଭୀଷଣ ବର୍ଷା ପାଇଁ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ହେଲା ଅନୁଗୁଳ ଢେଙ୍କାନାଳ, କଟକ, କଳାହାଣ୍ଡି ଓ ନବରଙ୍ଗପୁର । ସେହିଭଳି ଅତି ପ୍ରବଳ ବର୍ଷା ପାଇଁ ୧୮ ଜିଲ୍ଲାକୁ ଅରେଂଜ ଓ ପ୍ରବଳ ବର୍ଷା ପାଇଁ ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *