ବିଭିନ୍ନ ମିଠା ଦୋକାନରେ BMC ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ
ବିଭିନ୍ନ ମିଠା ଦୋକାନରେ BMC ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ବିଶେଷକରି କେମିକାଲ୍ ଓ ଅସ୍ୱାସ୍ଥ୍ୟକର ଉପାୟରେ ପ୍ରସ୍ତୁତ ପନିର ବିକ୍ରି ହେଉଛି କି ନାହିଁ, ତା’ ଉପରେ ରହିଛି ଟିମ୍ ର ନଜର । CRP ଛକ ସମେତ ରାଜଧାନୀର ବିଭିନ୍ନ ଅଞ୍ଚଳରେ ଥିବା ମିଠା ଦୋକାନରେ ଯାଞ୍ଚ କରାଯାଉଛି । ମିଠା ପ୍ରସ୍ତୁତିରେ ବ୍ୟବହୃତ ଛେନା, ପନିର ଓ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ମାନ ଯାଞ୍ଚ କରୁଛି ସ୍ୱାସ୍ଥ୍ୟ ବିଭାଗ । ନିୟମ ଉଲ୍ଲଂଘନ କିମ୍ବା ନିମ୍ନମାନର ସାମଗ୍ରୀ ମିଳିଲେ ନମୁନା ସଂଗ୍ରହ ସହ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବା ନେଇ ସୂଚନା ମିଳିଛି ।
