ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ
ବିକ୍ରମ ପଣ୍ଡାଙ୍କୁ ଜାମିନ । ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ମିଳିଲା ସର୍ତ୍ତମୂଳକ ଜାମିନ । ବ୍ରହ୍ମପୁରର ବହୁଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ତଥା ବିଜେଡି ନେତା ବିକ୍ରମ କୁମାର ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୨୨ ଅକ୍ଟୋବର ୨୦୨୫ରେ ଗିରଫ ହୋଇଥିଲେ । ନିମ୍ନ ଅଦାଲତରେ ଜାମିନ ଆବେଦନ ଖାରଜ ହେବା ପରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
