ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି
ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବିଶିଷ୍ଟ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିଛି । କେନ୍ଦ୍ର ଆଇନ୍ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏକ୍ସ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି । ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିଥିବାରୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ଶ୍ରୀ ମେଘୱାଲ କେରଳ ହାଇକୋର୍ଟ ପାଇଁ ବିଚାରପତି ସିଏସ୍ ସୁଧାଙ୍କୁ ଅତିରିକ୍ତ ବିଚାରପତି ଓ ଗୁଜରାଟ ହାଇକୋର୍ଟରେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ବୁଡ଼ି ହାବଙ୍ଗଙ୍କୁ ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତି ମିଳିଥିବା ସୂଚନା ଦେଇଛନ୍ତି।